fbpx

କାଲିଠୁ ୩୧ ଯାଏଁ ପ୍ରବଳ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: କାଲିଠୁ ୩୧ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହା ବ୍ୟତୀତ ଆସନ୍ତା ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ବର୍ଷାର ପୂର୍ବାନୁମାନ କରାଯାଇଛି। ଏନେଇ ରାଜ୍ୟର ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଆସନ୍ତାକାଲି ୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଏହି ୪ ଜିଲ୍ଲା ଗୁଡିକ ହେଲେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି।

ସେହିପରି ଆଜି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ। ସେହିପରି ୨୯ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ାକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Get real time updates directly on you device, subscribe now.