fbpx

୧୯ ଜିଲ୍ଲା ସାବଧାନ୍! କାଲିଠୁ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଲଘୁଚାପ ପଶ୍ଚିମ- ଉତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ହେବାର ସମ୍ଭାବନା ରହିଛି । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ଆଜି ପାଇଁ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ ରାୟଗଡ । ଏସବୁ ଜିଲ୍ଲାରେ ଘଡଘଡି ସହ ହାଲୁକା ବର୍ଷା ସମ୍ଭାବନା ରହିଛି । ସେହିପରି ୧୬ ତାରିଖରୁ ୧୭ ତାରିଖ ସକାଳ ୮ଟା ୩୦ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଓ ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Get real time updates directly on you device, subscribe now.