fbpx

Breaking News; ୧୩ ଜିଲ୍ଲାରେ ଉତ୍ପାତ କରିବ ବର୍ଷା! ଲଘୁଚାପ ଯୋଗୁଁ ପ୍ରବଳ ବର୍ଷା ସମ୍ଭାବନା, ୱାର୍ଣ୍ଣିଂ ଜାରି

Advertisement

ଓଡ଼ିଶା ଭାସ୍କର: ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ କ୍ଷେତ୍ର ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ପ୍ରାୟ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ମୟୁରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ତେଣୁ ପାଣିପାଗ ବିଭାଗ ପକ୍ଷରୁ ପ୍ରବଳ ବର୍ଷା ନେଇ ଅନ୍ୟ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଗାରି କରାଯାଇଛି । ଏହି ତାଲିକାରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ସମେତ ବରଗଡ଼ ଏବଂ ଅନୁଗୁଳକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲ୍ଲାକୁ ମଧ୍ୟ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାବ୍ୟତୀତ ତଳି ଅଞ୍ଚଳରେ ପାଣି ଜମିବା ନେଇ ସତର୍କ କରାଇଛନ୍ତି ଏସଆରସି ।

Get real time updates directly on you device, subscribe now.