fbpx

ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷାର ସମ୍ଭାବନା : ଏହିସବୁ ଜିଲ୍ଲାକୁ ଅରେଞ୍ଜ୍ ଓ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ଓଡିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମୟୁରଭଞ୍ଜ, ଯାଜପୁର, ବଲାଙ୍ଗୀର ଓ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଆସନ୍ତାକାଲି ପାଇଁ କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.