fbpx

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ! ସତର୍କ ସୂଚନା ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ୫ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କେନ୍ଦୁଝର । ଆସନ୍ତା ମଙ୍ଗଳବାରଠାରୁ ୩ ଦିନ ଧରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ହୀରାକୁଦ ଜଳଭଣ୍ଡାରରୁ ୧୪ଟି ସୁଇସ୍‍ ଗେଟ୍‍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସିତ ହେଉଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୨ ଲକ୍ଷ ୪୮ ହଜାର ୭୮୩ ଘନଫୁଟ ଜଳ ପ୍ରବେଶ କରୁଥିବା ବେଳେ ସେହି ସମୟ ମଧ୍ୟରେ ସମପରିମାଣର ଜଳ ନିଷ୍କାସିତ ହେଉଛି । ମଧ୍ୟାହ୍ନ ୧୨ଟା ସୁଦ୍ଧା ଜଳଭଣ୍ଡାରର ଜଳପତ୍ତନ ୬୧୨ ଦଶମିକ ୭/୩ ଫୁଟ ରହିଥିଲା ।

Get real time updates directly on you device, subscribe now.