fbpx

ସାବଧାନ୍! ୭ ଜିଲ୍ଲାରେ ପ୍ରବଳ ଛେଚିବ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଏହି ୭ଟି ଜିଲ୍ଲାଗୁଡିକ ହେଉଛି- କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ଉପକୂଳ ଓଡିଶାରେ ବର୍ଷା ଲାଗି ରହିଛି । ସମ୍ଭାବ୍ୟ ସ୍ଥିତିକୁ ଦୃଷ୍ଟିରେ ରଖି ଲୋକଙ୍କୁ ନିରାପଦ ସ୍ଥାନରେ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।

Get real time updates directly on you device, subscribe now.