CHARIDHAM

ଲଘୁଚାପ ନଥିଲେ ବି ପ୍ରବଳ ଛେଚିବ!

ଭୁବନେଶ୍ୱର,୧୯/୬(ଓଡିଶା ଭାସ୍କର): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ସକ୍ରିୟ ରହିଛି। ଏଣିକି ଲଘୁଚାପ ହେବାର ପ୍ରଶ୍ନ ନ ଉଠିଲେ ବି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ଆସନ୍ତା ୧୯ ତାରିଖରେ ଆଉ ଏକ ଲଘୁଚାପ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଥିବା ବେଳେ ତାହା ଏବେ ଘନୀଭୂତ ହେବାର ସମ୍ଭାବନା ନଥିବା କେନ୍ଦ୍ର ସୂଚନା ଦେଇଛି । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର୍ ବିଶ୍ୱାସ ।

ଅନ୍ୟପଟେ ରାଜ୍ୟରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୪ ଘଣ୍ଟାରେ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଦେଓଗଡ଼, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ କରାଯାଇଛି ।