fbpx

କାଲି ସୁଦ୍ଧା ୧୦ ଜିଲ୍ଲା ସାବଧାନ୍ । କାଳବୈଶାଖୀ ସହ ହୋଇପାରେ ଭୟଙ୍କର ବଜ୍ରପାତ

ଭୁବନେଶ୍ୱର,୨୯ ।୬(ଓଡିଶା ଭାସ୍କର): ଆସନ୍ତାକାଲି ସୁଦ୍ଧା ୧୦ ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା । ଏନେଇ ରାଜ୍ୟର ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ରାଜ୍ୟର ୧୦ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ କୁଆ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ପୁରୀର କେତୋଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଭଳି ଜିଲ୍ଲାକୁ ବଜ୍ରପାତ ବିପଦ ଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ତାଜା ଅବଡେଟ ଦିଆଯାଇଛି ।

Get real time updates directly on you device, subscribe now.