fbpx

ସାବଧାନ! ରାଜ୍ୟରେ ଆଉ ୪ ଦିନ ପ୍ରବଳ ଛେଚିବ

ଭୁବନେଶ୍ବର,୧/୭(ଓଡିଶା ଭାସ୍କର): ରାଜ୍ୟରେ ମୌସୁମୀ ପ୍ରଭାବ ଯୋଗୁ ବର୍ଷା ଲାଗି ରହିଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨ ତାରିଖରୁ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ।

ଏନେଇ ଆସନ୍ତା ୪ ଦିନ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ‌ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଟକ, ନୂଆପଡ଼ା, ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ତାଜା ଅପଡେଟ ଦିଆଯାଇଛି।

Get real time updates directly on you device, subscribe now.