fbpx

ସାବଧାନ୍! ରାଜ୍ୟରେ ୫ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ପ୍ରବଳ ବର୍ଷିବ

ଭୁବନେଶ୍ୱର,୪ ।୭(ଓଡିଶା ଭାସ୍କର): ରାଜ୍ୟରେ ଲଗାତାର ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କାଲି ୫ଟି ଜିଲ୍ଲାରେ ଭୀଷଣ ବର୍ଷା ହେବାର ଆଶଙ୍କା ଥିବାରୁ ସେଠାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୫ଟି ଜିଲ୍ଲାଗୁଡିକ ମଧ୍ୟରେ ରହିଛି –ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍ଗାନାଳ ଓ କେନ୍ଦୁଝର ।

ସେହିପରି ଆଉ ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୬ଟି ଜିଲ୍ଲାରେ ସାମିଲ ଅଛି- ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର ଓ ସୁବର୍ଣ୍ଣପୁର । ଏନେଇ ପାଣିପାଗ ବିଭାଗ ପକ୍ଷରୁ ତାଜା ଅପଡେଟ ଦିଆଯାଇଛି ।

ଅନ୍ୟପଟେ ଆଜି ସନ୍ଧ୍ୟା ୭ଟା ସୁଦ୍ଧା ୮ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେହି ୮ଟି ଜିଲ୍ଲାରେ ରହିଛି- ରାୟଗଡା, ଗଞ୍ଜାମ, ଗଜପତି, ନୟାଗଡ,କନ୍ଧମାଳ, ଖୋର୍ଦ୍ଧା, କଟକ ଓ ପୁରୀ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.