fbpx

ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୦ ।୧୦(ଓଡିଶା ଭାସ୍କର): କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୧ ତାରିଖ ଦିନ ପାଇଁ ରାଜ୍ୟର ୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୩ଟି ଜିଲ୍ଲା ହେଉଛି – ମାଲକାନଗିରି, କୋରାପୁଟ ଓ ଗଞ୍ଜାମ । ଏହି ୩ଟି ଜିଲ୍ଲାରେ ଘୂର୍ଣ୍ଣିଝଡ ସହ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଉପକୂଳ ଓଡିଶା ସହ ୫ ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି । ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.