ଆସନ୍ତା 21 ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା, ଆଲର୍ଟରେ ରହିବ ଏହି ଜିଲ୍ଲା

ଆଜି ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାକେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି ।

ଭୁବନେଶ୍ବର:  ରାଜ୍ୟରେ ପୁଣି ବର୍ଷା ଜାରି ରହିବ । ଆସନ୍ତା 21 ତାରିଖ ଯାଏଁ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରାଯାଇଛି । ଆଜି ଆଭ୍ୟନ୍ତରୀଣ ଓଡ଼ିଷା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । କିଛି ଜିଲ୍ଲାକୁ ଆଲର୍ଟ ମଧ୍ୟ କରାଯାଇଛି ।

ଆଜି ପୁରୀ, କୋରାପୁଟ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି ଏବଂ ନବରଙ୍ଗପୁରରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ସେହିପରି ଆସନ୍ତାକାଲି କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଏବଂ ଗଜପତିରରେ ପ୍ରବଳ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।  ଅନ୍ୟପଟେ 20 ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଏବଂ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

ତେବେ ଏହି ବର୍ଷା 21 ତାରିଖ ଯାଏଁ ଲାଗି ରହିବ । କିଛି ସ୍ଥାନରେ ବର୍ଷା ସାଙ୍ଗକୁ ପବନ ଏବଂ ଘଡ଼ଘଡ଼ି ମାରିବାର ମଧ୍ୟ ସମ୍ଭାବନା ରହିଥିବା ନେଇ କୁହାଯାଇଛି ।

ସେହିପରି 21 ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ଗଜପତି, ଗଞ୍ଜାମ ଏବଂ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ । ଗୁରୁବାର ଚାନ୍ଦବାଲିରେ ଅଧିକ ବର୍ଷା ହେବା ନେଇ ରେକର୍ଡ କରାଯାଇଛି ।