fbpx

ଟ୍ୱିନ୍ ସିଟିରେ ସାଢେ ୧୨ଟା ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୩ ।୧୦(ଓଡିଶା ଭାସ୍କର): ଭୁବନେଶ୍ୱର ଓ କଟକରେ ଆଜି ପ୍ରବଳ ବର୍ଷା ହେବା ନେଇ ଚେତାବନୀ ଦିଆଯାଇଛି । ଆଜି ଦିନ ୧୨ଟା ୩୦ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଘଣ୍ଟା ପ୍ରତି ୨ରୁ ୩ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଥିବାରୁ ସମସ୍ତଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏହି ସମୟରେ ପ୍ରବଳ ବର୍ଷା ଯୋଗୁଁ ଟ୍ରାଫିକ ସମସ୍ୟା ମଧ୍ୟ ଊପୁଜିପାରେ ବୋଲି କୁହାଯାଇଛି । ଏନେଇ ଯେତେ ଦୂର ସମ୍ଭବ ଘରୁ ନ ବାହାରିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Get real time updates directly on you device, subscribe now.