ଝଟକା ପବନ ସହ ଘଡ଼ଘଡ଼ିରେ କମ୍ପିବ ଏହି ଜିଲ୍ଲା, ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି

ପ୍ରବଳ ବର୍ଷା ପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂଲଗ୍ନ ଉତ୍ତର ଓଡ଼ିଶା ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହି ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଗତକାଲି ସକାଳ ସାଢେ ୮ଟାରୁ ସଂଧ୍ୟା ସାଢେ ୫ଟା ମଧ୍ୟରେ ସୁନ୍ଦରଗଡ଼ରେ ସର୍ବାଧିକ ବର୍ଷା ହୋଇଥିଲା।

ଭୁବନେଶ୍ୱରରେ ୩୪.୨ ମିମି, ସୁନ୍ଦରଗଡ଼ରେ ୪୩.୪ ମିମି, କୋରାପୁଟରେ ୧୪.୮ ମିମି ବର୍ଷା ହୋଇଛି। ଏଥିସହ ଆଜି ସୁନ୍ଦରଗଡ଼ରେ ୩୦ରୁ ୪୦ କିମି ବେଗରେ ପବନ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଝଟକା ପବନ ବହିବା ସହ ବଜ୍ରପାତ ଏବଂ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ଗତକାଲି ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଥିଲା। ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଖୋର୍ଦ୍ଧା ଜିଲ୍ଲାକୁ ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରିଥିଲା ଆଞ୍ଚଳିକ ପାଣିପାଗ ବିଭାଗ।

ଏହାସହ ଭୁବନେଶ୍ୱର, କଟକ ଓ କେନ୍ଦ୍ରାପଡ଼ାକୁ ସତର୍କ ସୂଚନା ଜାରି କରାଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଭୁବନେଶ୍ୱରରେ ଗତକାଲିଠୁ ବର୍ଷା ଲାଗି ରହିଛି।