୮ ଜିଲ୍ଲା ରୁହନ୍ତୁ ସାବଧାନ! ଆସନ୍ତା ୧୩ ତାରିଖ ଯାଏଁ ପ୍ରବଳ ବର୍ଷା, ୨୪ ଘଣ୍ଟା କରିବ କଲବଲ
୧୩ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୧୩ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ତା’ ସହ ୨୪ ଘଣ୍ଟା ମଧ୍ୟରେ ଅସ୍ତବ୍ୟସ୍ତ କରିବା ବର୍ଷା ।
ଫଳରେ ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୮ ଜିଲ୍ଲା ହେଉଛନ୍ତି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ବଲାଙ୍ଗିର, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ।
ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ପୁଣି ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା 5 ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ।
ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱବର୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହା ଦକ୍ଷିଣ ଓଡି଼ଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ରହିଛି। ଏହାର ପ୍ରଭାବରେ 10 ତାରିଖ ଯାଏ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଆସନ୍ତାକାଲି ଏହି ଜିଲ୍ଲାରେ ପ୍ରବଳ ବର୍ଷା ହେବ: ବିଶେଷକରି ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ଆସନ୍ତା 24 ଘଣ୍ଟାରେ ସାରା ଓଡ଼ିଶାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।
ଗଜପତି, ରାୟଗଡା, କଳାହାଣ୍ଡି ଓ ନୂଆପଡା ଜିଲ୍ଲାକୁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ସାରା ଓଡ଼ିଶାରେ ବର୍ଷା ସହ ଗଞ୍ଜାମ, ଗଜପତି କେନ୍ଦୁଝର, ସୁନ୍ଦରଗଡ ଓ ମୟୂରଭଞ୍ଜ ପରି 5 ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବର୍ଷା ସମୟରେ 30 ରୁ 40 କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।