26 ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଆସନ୍ତାକାଲି ପାଇଁ 20 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆସନ୍ତା 26 ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ 20 ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଭୁବନେଶ୍ବର: ଆସନ୍ତା 26 ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ 20 ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି ।
ଅନ୍ୟପଟେ ଆସନ୍ତା ୨୫ ତାରିଖ ଦିନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ସଂଲଗ୍ନ ଉତ୍ତର ଓଡ଼ିଶା ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ୨୫ ତାରିଖରୁ ପ୍ରବଳ ବର୍ଷା ହେବ। ଫଳରେ ରାଜ୍ୟରେ ବର୍ଷାକୁ ନେଇ ଯେଉଁ ଅଳ୍ପ ମାତ୍ରାରେ ନିଅଣ୍ଟିଆ ସ୍ଥିତି ସୃଷ୍ଟି ହୋଇଛି, ତାହା ଭରଣ ହୋଇଯିବ ବୋଲି ଆଶା କରାଯାଉଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଏବେ ମୌସୁମୀ ବାୟୁ ପ୍ରଭାବରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହି ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଣୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଉତ୍ତର ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ରହିଥିବାରୁ ୨୧ରୁ ୨୩ ତାରିଖ ଯାଏ ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।