fbpx

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଗତକାଲି ଦକ୍ଷିଣ- ଓଡିଶା ଏବଂ ଉତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ସୁଦୃଶ ଲଘୁଚାପ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ମୌସୁମୀ ନିମ୍ନ ଚାପରେଖା ଦକ୍ଷିଣ ଭାଗରୁ ଧୀରେ ଧୀରେ ତାର ସାଧାରଣ ଅବସ୍ଥାନକୁ ଫେରୁଥିବାରୁ ରାଜ୍ୟରେ ୩୦ ରୁ ବିସ୍ତୃତି ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

 

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ୨୪ ଘଂଟା ମଧ୍ୟରେ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି  । ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟ ପ୍ରଭୃତି ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂଜାରି କରିଛି ପାଣିପାଗ ବିଭାଗ ।

 

ଅନ୍ୟପକ୍ଷରେ ହୀରାକୁଦ ନଦୀବନ୍ଧର ୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମପଟୁ ୬ଟି ଗେଟ୍ ଖୋଲା ରହିଥିବା ବେଳେ ଡାହାଣ ପଟର ୨ଟି ଗେଟ୍ ଦେଇ ଚାଲିଛି ଜଳ ନିଷ୍କାସନ ହେଉଛି ।

Get real time updates directly on you device, subscribe now.