ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସାରା ଦେଶକୁ ଅଗ୍ରସର କରିଛି । ତେବେ ଓଡ଼ିଶାରେ ମୌସୁମୀ ପ୍ରବାହ ଦୁର୍ବଳ ଥିବା ଯୋଗୁଁ ଆର୍ଦ୍ରତା ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧ ଦଶମିକ ୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱଭାବିକ ବର୍ଷା ୧୧ ମିଲିମିଟର ତୁଳନାରେ ୯୦ ପ୍ରତିଶତ କମ୍‍ ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି, ଆଜିଠାରୁ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା,
ପୁରୀ, କଟକ, ଅନୁଗୁଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବାଲେଶ୍ୱର, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲା ପାଇଁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।