fbpx
BSKY SKY
BSKY SKY

ଲଘୁଚାପ ପ୍ରଭାବରେ ଆସନ୍ତା ଆଗାମୀ ୪ ରୁ ୫ ଦିନ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା

BSKY

ଭୁବନେଶ୍ୱର: ଉତ୍ତର ଓଡିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମୟୁରଭଞ୍ଜ, ଯାଜପୁର, ବଲାଙ୍ଗୀର ଓ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟ ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ପାଇଁ କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି।

Get real time updates directly on you device, subscribe now.