12ରୁ 17 ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, 24 ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି

12 ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ରହିଛି ସମ୍ଭାବନା । ଏନେଇ 24 ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

ଭୁବନେଶ୍ବର: 12 ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ରହିଛି ସମ୍ଭାବନା । ଏନେଇ 24 ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଏହା ସହିତ ଆସନ୍ତାକାଲି ପାଇଁ 26 ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରଭାବରେ ବଢିବ ରାଜ୍ୟରେ ବର୍ଷାର ପରିମାଣ । ଆସନ୍ତା 17 ତାରିଖ ପର୍ଯ୍ୟନ୍ତ ଭାରିବର୍ଷା ସମ୍ଭାବନା ରହିଛି । ସେପଟେ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଝଡ଼ବର୍ଷା ହେବା ନେଇ ମଧ୍ୟ ସୂଚନା ରହିଛି ।

ଆସନ୍ତା ଦୁଇଦିନ ରାଜ୍ୟରେ ବଡ଼ ଧରଣର ବର୍ଷା ସମ୍ଭାବନା ନାହିଁ। ଅଳ୍ପ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ ଏବଂ ଆଉ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ଆସନ୍ତା ୧୩ ତାରିଖ ବେଳକୁ ଉତ୍ତର-ପଶ୍ଚିମ ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ତେବେ ବର୍ଷା ପରିମାଣ ୧୨ରୁ ବଢ଼ିବା ସମ୍ଭାବନା ଅଛି । ୧୨ରୁ ୧୪ ଯାଏ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇପାରେ ।

୧୨ରେ ମାଲକାନଗିରି ଓ କୋରାପୁଟର ସ୍ଥାନେ ସ୍ଥାନେ ପ୍ରବଳରୁ ପ୍ରବଳତର ଏବଂ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ବହୁ ସ୍ଥାନରେ ବିଜୁଳି ଘଡ଼ଘଡ଼ି ଆଶଙ୍କା ରହିଛି।

୧୩ରେ ମାଲକାନଗିରି, କୋରାପୁଟରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ଥିବାବେଳେ ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ । ୧୪ରେ ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଅଛି । ୧୫ରୁ ବଡ଼ ବର୍ଷା ସମ୍ଭାବନା ନାହିଁ ।