ଭୁବନେଶ୍ୱର: ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ସୃଷ୍ଟି ହେଲା ଅବପାତ ।
ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ପାଶ୍ୱବର୍ତ୍ତୀ ପଶ୍ଚିମବଙ୍ଗରେ ଅବପାତ ସୃଷ୍ଟି ହୋଇଥିବା ସୂଚନା ।
ଏ ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅବପାତ ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।
ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସମୁଦ୍ର ଅଶାନ୍ତ ରହିବାରୁ ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।