fbpx

୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ୨ ଦିନ ଧରି ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ଦୁଇ ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷାର ଆଶଙ୍କା ସୃଷ୍ଟି ହୋଇଛି । ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଥାଇଲାଣ୍ଡ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ରାଜ୍ୟରେ ଆସନ୍ତା ଦୁଇ ଦିନ ପାଇଁ ପ୍ରବଳ ବର୍ଷା ଆଶଙ୍କା କରାଯାଇଛି । ୧୩ ନଭେମ୍ବର ଓ ୧୪ ନଭେମ୍ବର ଦୁଇ ଦିନ ପାଇଁ ପ୍ରବଳ ବର୍ଷା ଆଶଙ୍କା କରା ଯାଇଥିବା ବେଳେ ୭ଟି ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି ।

୧୩ ତାରିଖ ପାଇଁ ନୟାଗଡ, ଗଜପତି,କଟକ ଓ ଜଗତସିଂହପୁର ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଥିବା ବେଳେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୪ ତାରିଖ ପାଇଁ ପୁରୀ, ଜଗତସିଂହପୁର, ଗଞ୍ଜାମ, କଟକ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଳାକୁ ପ୍ରବଳ ବର୍ଷା ସତର୍କ ସୂଚନା ସହିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.