ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ: ସତର୍କ ରହିବାକୁ ପରାମର୍ଶ
ଆଜି କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି
ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତରଓଡିଶା -ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ଯାହା ଆଜି ସକ୍ରିୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ହୋଇଛି। ଆଜି ରାଜ୍ୟର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍ ଅନୁସାରେ ଆଜି କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୨୦ ସିଏମ୍ରୁ ଅଧିକ ବର୍ଷା ହୋଇପାରେ। ସେଥିପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଠିକ୍ ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସିଏମ୍ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ, ବଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିଏମ୍ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ରବିବାର ସମ୍ବଲପୁର, ସୋନପୁର, ବୌଦ୍ଧ, ଅନୁଗୋଳ ଓ କନ୍ଧମାଳ ଜିଲ୍ଲାରେ କେତେ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୨୦ ସିଏମ୍ରୁ ଅଧିକ ବର୍ଷା ହୋଇପାରେ। ସେଥିପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଠିକ୍ ସେହିପରି କେନ୍ଦୁଝର, ଢେଙ୍କାନାଳ, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର ବାକି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସୋମବାର ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଠିକ୍ ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସୋନପୁର, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେପଟେ ଗତ ଦୁଇ ଦିନ ହେଲା କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଛି। ଆଜି ସକାଳେ ମଧ୍ୟ ବର୍ଷା ଅନୁଭୂତ ହୋଇଛି। ଲୋକମାନେ ସକାଳେ ସକାଳେ କର୍ମକ୍ଷେତ୍ରକୁ ଯିବାରେ ନାହିଁନଥିବା ଅସୁବିଧାରେ ସମ୍ମୁଖୀନ ହୋଇଛନ୍ତି।


