ସତର୍କ ହୋଇଯାଆନ୍ତୁ: ଏହି ସବୁ ଜିଲ୍ଳାରେ ହୋଇପାରେ କୁଆପଥର ବର୍ଷା

କୁଆପଥର ମାଡ଼ ହୋଇପାରେ। ଯାହାଫଳରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ

ଭୁବନେଶ୍ୱର: ଆଗାମୀ ୬ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଳାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏଥିସହିତ କୁଆପଥର ମାଡ଼ ହୋଇପାରେ। ଯାହାଫଳରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ। ଆଉ ତାତିରୁ ମିଳିବ ବଡ଼ ଆଶ୍ୱସ୍ତି। ଏନେଇ ସତର୍କ ସୂଚନା ଜାରୀ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରୀ କରିଥିବା ବୁଲେଟିନ୍ ଅନୁସାରେ ଆସନ୍ତାକାଲି ସକାଳ ୮ଟା ପର୍ଯ୍ୟନ୍ତ ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଳାରେ କେତେକ ସ୍ଥାନରେ କାଳବୈଶାଖୀ ସହ କୁଆପଥର ମାଡ଼ ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ବୋହିପାରେ।

ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଠିକ୍ ସେହିପରି ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଅନୁଗୋଳ, ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଳାରେ କେତେକ ସ୍ଥାନରେ କାଳ ବୈଶାଖୀ ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ଅର୍ଥାତ ଶନିବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୋମବାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମଙ୍ଗଳବାର ସମଗ୍ର ରାଜ୍ୟରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ବୁଧବାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗୁରୁବାର  କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।