ଭୁବନେଶ୍ୱର: ପାଞ୍ଚ ଦିନ ଯାଏଁ ନିସ୍ତାର ନାହିଁ। ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସକ୍ରିୟ ଅବପାତ ବର୍ତ୍ତମାନ ଦୁର୍ବଳ ହୋଇଛି।
ଏବେ ଝାଡ଼ଖଣ୍ଡ, ବିହାର ଉପରେ ଅବସ୍ଥିତ ସକ୍ରିୟ ଅବପାତ। ତେଣୁ ଏହା ପ୍ରଭାବରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଏନେଇ ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ଏହାସହ ଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି।
ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ବର୍ଷିବ। ଏନେଇ କାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।