fbpx

ଆସନ୍ତାକାଲି ପ୍ରବଳ ବର୍ଷା: ସମଗ୍ର ଓଡ଼ିଶାକୁ ରେଡ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଉତ୍ତର-ପୂର୍ବ ଏବଂ ପାର୍ଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୧୨ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ ଏବଂ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟପଟେ ପ୍ରବଳ ବର୍ଷାକୁ ନେଇ ଓଡ଼ିଶା ପାଇଁ ୨ ଦିନ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ୧୯ ଓ ୨୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୭ରୁ ୨୦ ସେମି ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଏନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ତେବେ ବାଂଲାଦେଶ ଓ ମିଆଁମାର ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । କ୍ରମେ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.