fbpx
BSKY SKY
BSKY SKY

୫ ଦିନ ଭିତରେ କିଛି ଜରୁରୀ କାମ ଅଛି କି? ଓଡ଼ିଶାର ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

BSKY

ଭୁବନେଶ୍ୱର; ଆଜିଠାରୁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଏକାଧିକ ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ବର୍ଷା ହେବାର ସମ୍ଭବାନ ରହିଛି। ବିଶେଷକରି ୫ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଏହାର ସମ୍ଭାବନା ରହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଯାହାକୁ ନେଇ ଏକ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି ।

ସେହିପରି ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ଦେଓଗଡ, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ ଏବଂ ବାଲେଶ୍ୱର ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଅନ୍ୟପକ୍ଷେ, ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ଆସନ୍ତା ଅଗଷ୍ଟ ୨୩/୨୪ ତାରିଖ ଠାରୁ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Get real time updates directly on you device, subscribe now.