fbpx

କାଲି ସକାଳ ସୁଦ୍ଧା ୧୯ ଜିଲ୍ଲା ସାବଧାନ୍ ! ପ୍ରବଳ ଛେଚିବ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କାଲି ସକାଳ ସୁଦ୍ଧା ଏହି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି ।୧୯ ଜିଲ୍ଲାରୁ ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୫ଟି ଜିଲ୍ଲାଗୁଡିକ ମଧ୍ୟରେ ରହିଛି- କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ପୁରୀ।

ସେହିପରି ଅନ୍ୟ ୧୪ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୧୪ ଟି ଜିଲ୍ଲାଗୁଡିକ ହେଉଛି- ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା । ଆସନ୍ତାକାଲି ସକାଳ ୮ଟା ୩୦ ସୁଦ୍ଧା ଏହି ସବୁ ଜିଲ୍ଲାର ଲୋକେ ସତର୍କ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି ।

Get real time updates directly on you device, subscribe now.