fbpx

୨୩ ଜିଲ୍ଲା ସାବଧାନ୍! ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୩ ଜିଲ୍ଲାରୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୭ଟି ଜିଲ୍ଲାଗୁଡିକ ମଧ୍ୟରେ ରହିଛି- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ଝାରସୁଗୁଡ଼ା, ଅନୁଗୁଳ ଓ ଦେବଗଡ଼ ।

ସେହିପରି ଅନ୍ୟ ୧୬ଟି ଜିଲ୍ଲାରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହି ୧୬ଟି ଜିଲ୍ଲାଗୁଡିକ ହେଉଛି- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସମ୍ବଲପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ ସୁବର୍ଣ୍ଣପୁର । ଆସନ୍ତାକାଲି ସକାଳ ୮ଟା ୩୦ ସୁଦ୍ଧା ଏହି ସବୁ ଜିଲ୍ଲାର ଲୋକେ ସତର୍କ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି ।

Get real time updates directly on you device, subscribe now.