fbpx

ସାବଧାନ, ୮ଜିଲ୍ଲାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର, ୧୩ା୬(ଓଡ଼ିଶା ଭାସ୍କର): ଆସନ୍ତା ୨୪ଘଣ୍ଟାରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ରାଜ୍ୟରେ ୮ଟି ଜିଲ୍ଳାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୮ଜିଲ୍ଲା ବଲାଙ୍ଗିର, କଳାହାଣ୍ଡି, ସୋନପୁର, ବରଗଡ଼, ନୂଆପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଉଲ୍ଲେଖଯୋଗ୍ୟ ଯେ ଗତ ୧୧ତାରିଖ ରେ ଓଡ଼ିଶାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥିଲା ।ଏହା ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ରହିଛି ।

Get real time updates directly on you device, subscribe now.