fbpx

ସେପ୍ଟେମ୍ବର ୧ରୁ ପୁଣି ବର୍ଷା, କେଉଁ ତାରିଖରେ କେଉଁ ଜିଲ୍ଲା ରହିବେ ସତର୍କ ଜାଣନ୍ତୁ

ଭୁବନେଶ୍ୱର, ୨୯ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଏବେ ଦୁଇ ଦିନ ଶୁଖିଲା ପାଗ ଥିବା ବେଳେ ସେପ୍ଟେମ୍ବର ୧ରୁ ୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେପ୍ଟେମ୍ବର ୧ରେ ୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୪ଜିଲ୍ଲାଗୁଡ଼ିକ ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର । ଏହି ସବୁ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବ । ଏହାସହ ୧ତାରିଖ ଦିନ ଦୁଇ ଜିଲ୍ଲା ଯଥା କେନ୍ଦୁଝର ଓ ମୟୁରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ସେପ୍ଟେମ୍ବର ୨ରେ ୭ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୭ଜିଲ୍ଲା ଗୁଡ଼ିକ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେପ୍ଟେମ୍ବର ୩ରେ ପ୍ରବଳ ବର୍ଷା ନେଇ ୧୬ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୬ଜିଲ୍ଲାଗୁଡ଼ିକ ଗଜପତି, ମାଲକାନଗିରି,ବରଗଡ଼, ସମ୍ବଲପୁର, ସୋନପୁର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Get real time updates directly on you device, subscribe now.