fbpx

ଆସୁଛି ଲଘୁଚାପ; ଆସନ୍ତା ୪ ଦିନ ପ୍ରବଳ ବର୍ଷିବ, ଏହି ସବୁ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଶନିବାର ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୁର୍ବାନୁମାନ କରାଯାଇଛି । ଶୁକ୍ରବାର ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଜୁଲାଇ ୧୫ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଆସନ୍ତା ୧୮ କିମ୍ବା ୧୯ ତାରିଖ ବେଳକୁ ଅବପାତର ରୂପ ନେବା ସହ ୨୦ ତାରିଖ ସଂଧ୍ୟାରେ ଉତ୍ତର ଓଡ଼ିଶା ଉପକୂଳ ଅତିକ୍ରମ କରିବ । ଫଳରେ ୨୧ ପର୍ଯ୍ୟନ୍ତ ଉତ୍ତର, ପଶ୍ଚିମ ଏବଂ ଉପକୂଳ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଶୁକ୍ରବାର ସୋଆର ପରିବେଶ ଓ ଜଳବାୟୁ କେନ୍ଦ୍ରର ଶରତ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୁରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ତେଣୁ ଏସଆରସି ସତ୍ୟବ୍ରତ ସାହୁ ସମ୍ପୃକ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ବାହୁଡ଼ା ଅର୍ଥାତ ୧୫ ତାରିଖ ଦିନ କନ୍ଧମାଳ, ଗଞ୍ଜାମ, ଗଜପତି ସମେତ ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Get real time updates directly on you device, subscribe now.