fbpx

୧୧ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି, ଜାଣନ୍ତୁ କେଉଁ କେଉଁ ଜିଲ୍ଲା

ଭୁବନେଶ୍ୱର, ୨ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ୧ରୁ ୫ ତାରିଖ ଯାଏଁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାରି ମଧ୍ୟରେ ୧୮ଘଣ୍ଟା ମଧ୍ୟରେ ୧୧ଜିଲ୍ଳାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ଜିଲ୍ଲା ଗୁଡ଼ିକ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ସୁବର୍ଣ୍ଣପୁର । ଏହି ସବୁ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.