fbpx

ଆସନ୍ତା ୨୩ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା, ୯ଜିଲ୍ଲାରେ ପ୍ରବଳ ବର୍ଷିବ! ଜାଣନ୍ତୁ କେଉଁ କେଉଁ ଜିଲ୍ଲା

ଭୁବନେଶ୍ୱର, ୨୧ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଗତ ୧୯ ତାରିଖରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ପ୍ରବଳ ବର୍ଷା ଜାରି ରହିଥିଲା । ଏହାରି ମଧ୍ୟରେ ପୁଣି ଆସନ୍ତା ୨୩ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର ଓ ଢ଼େଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବା ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଏହା ବ୍ୟତୀତ ଅନୁଗୁଳ, ସମ୍ଭଲପୁର, ମାଲକାନଗିରି, କୋରାପୁଟ, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼, ଦେବଗଡ଼ ଓ ନବରଙ୍ଗପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.