fbpx

ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୨୪/୮(ଓଡିଶା ଭାସ୍କର): ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୨୬ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାସହ ଆଜି ୯ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅନୁଗୁଳ, ଦାବଗଡ଼, ସୁନ୍ଦରଗଡ଼, ପୁରୀ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Get real time updates directly on you device, subscribe now.