fbpx

ରାଜ୍ୟରେ ଆଗାମୀ ୩ଦିନ ଯାଏ ପ୍ରବଳ ବର୍ଷା ଆଶଙ୍କା! ଜାଣନ୍ତୁ କେଉଁ ଦିନ କେଉଁ ଜିଲ୍ଲା ରହିବେ ସତର୍କ

ଭୁବନେଶ୍ୱର, ୨୯/୯(ଓଡିଶା ଭାସ୍କର): ଆଜିଠାରୁ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନଗିରି, କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଅକ୍ଟୋବର ୧ ତାରିଖରେ ଢ଼େଙ୍କାନାଳ, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ ଏବଂ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅକ୍ଟୋବର ୨ ରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ଆଶଙ୍କା ରହିଛି।

Get real time updates directly on you device, subscribe now.