fbpx

ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା, ଜାଣନ୍ତୁ କେଉଁ ଜିଲ୍ଲା ରହିବେ ସତର୍କ?

ଭୁବନେଶ୍ୱର, ୯ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ପାଗ ଶୁଖିଲା ଥିବା ବେଳେ କେତେକ ସ୍ଥାନରେ ବର୍ଷା ମଧ୍ୟ ହୋଇଛି । ଏହାରି ମଧ୍ୟରେ ଆସନ୍ତା ୧୩ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହା ପ୍ରଭାବରେ ୭ଟି ଜିଲ୍ଳାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରାଯାଇଛି । ୭ଜିଲ୍ଲା ଗୁଡ଼ିକ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ ଓ ଗଞ୍ଜାମ । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.