fbpx

ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା, ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଦେଖାଦେଇଛି କାଳବୈଶାଖୀ ପ୍ରାଭାବ । ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ଜାରି ରହିଛି ତୁହାକୁ ତୁହା ବର୍ଷା । ଏଥିପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଗାଡ଼ି ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି ।

୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବଜ୍ରପାତ ସମ୍ଭାବନା ଥିବା ଜିଲ୍ଲାଗୁଡିକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ. ଯାଜପୁର, କେନ୍ଦ୍ରପଡା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ ଓ ପୁରୀ । ସେହିଭଳି କୋରାପୁଟ, ମାଲକାନଗିରି, ରାୟଗଡା, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.