fbpx

୧୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା: ଆଗାମୀ ୪ ଦିନ ଯାଏଁ ଭିଜିବ ସାରା ଓଡିଶା

ଭୁବନେଶ୍ୱର: ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ରାଜ୍ୟବାସୀଙ୍କୁ ଅଥୟ କରିଦେଇଛି । କିନ୍ତୁ ଏବେ ଏହି ତାତିରୁ ମୁକ୍ତି ମିଳିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୧୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତାକାଲିଠୁ ଅର୍ଥାତ୍ ୭ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଏ ନେଇ ୩ ଦିନର ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୮, ୯ ଏବଂ ୧୦ ତାରିଖ ପାଇଁ ରାଜ୍ୟରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଏହି ବର୍ଷା ରାଜ୍ୟକୁ ଅସହ୍ୟ ଗରମରୁ ମୁକ୍ତି ମିଳିପାରିବ ।

Get real time updates directly on you device, subscribe now.