24 ଘଣ୍ଟାରେ ସାରା ରାଜ୍ୟରେ ପ୍ରବଳ ବର୍ଷା, ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ରାୟଗଡ଼ାରେ ୪୧.୪ ମିମି ବର୍ଷା ରେକର୍ଡ  ହୋଇଛି ।

ଓଡ଼ିଶା ଭାସ୍କର: ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳର ପଶ୍ଚିମ-କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଗୁରୁବାର ସକାଳେ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ରାଜ୍ୟର ସର୍ବାଧିକ ବର୍ଷା ରାୟଗଡ଼ାରେ ୪୧.୪ ମିମି, ନୟାଗଡ଼ରେ ୩୩.୨ ମିମି, ଛତ୍ରପୁରରେ ୨୪.୬ ମିମି ଓ କୋରାପୁଟରେ ୨୦.୪ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତାକାଲି କୋରାପୁଟ, ମାଲକାନଗିରିନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ। ଏଥିସହ ବାଲେଶ୍ବର, ଭଦ୍ରକଯାଜପୁର, କେନ୍ଦ୍ରାପଡ଼ା, କଟକ ସହ ସମଗ୍ର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ୧୪ ତାରିଖ ଦିନ ମଧ୍ୟ ଉପକୂଳ ଓ ପଶ୍ଚିମରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ସତର୍କ ସୂଚନା ଜାରି କରାଯାଇଛି। ୧୨ ଓ ୧୩ ତାରିଖରେ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥିତ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ଆସନ୍ତାକାଲି ସମୁଦ୍ର ମଧ୍ୟକୁ ମତ୍ସଜୀବୀଙ୍କ ପ୍ରବେଶକୁ ବାରଣ କରାଯାଇଛି।

ପଶ୍ଚିମ କେନ୍ଦ୍ରୀୟ ଓ ଆନ୍ଧ୍ରପ୍ରଦେଶ  ଉପକୂଳରେ ଥିବା ଉତ୍ତର ପଶ୍ଚିମ  ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା  ଧୀରେ ଧୀରେ ପଶ୍ଚିମ ଓ ଉତ୍ତର- ପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା ଓ  ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଆଡ଼କୁ  ଗତି କରିବ । ଲଘୁଚାପ ପ୍ରଭାବରେ  ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ  ଅଧିକ ବର୍ଷା ହେବ ବୋଲି ପାଣିପାଗ  ବିଭାଗ ପୂର୍ବାନୁମାନ କରିଛି ।

ଶନିବାର କୋରାପୁଟ,  ମାଲକାନଗିରି, ନବରଙ୍ଗପୁର ଓ  କଳାହାଣ୍ଡିର ଅନେକ ସ୍ଥାନରେ  ଅଧିକ ବର୍ଷା ଆଶଙ୍କା ଅଛି । ଉପକୂଳ  ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର  ବହୁ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା  ହୋଇପାରେ । ରବିବାର ଉପକୂଳ  ଓଡ଼ିଶା ଓ ଉତ୍ତର ଓଡ଼ିଶାର ବିଭିନ୍ନ  ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା  ଅଛି । ୧୫ ତାରିଖରେ ବାଲେଶ୍ୱର,  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,  କଟକ, ଜଗତସିଂହପୁର,  ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା,  ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ,  ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ  ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ରାୟଗଡ଼ାରେ ୪୧.୪ ମିମି ବର୍ଷା ରେକର୍ଡ  ହୋଇଛି । ନୟାଗଡ଼ରେ ୩୩.୨, କୋରାପୁଟରେ  ୨୦.୪, ଝାରସୁଗୁଡ଼ାରେ ୧୮.୪, କଟକରେ ୧୨.୪ ଓ  ଗୋପାଳପୁରରେ ୧୦.୯ ମିମି ବର୍ଷା ରେକର୍ଡ ହୋଇଛି ।