fbpx

୧୩ ଜିଲ୍ଲା ସାବଧାନ !

ଭୁବନେଶ୍ୱର,୧୧ ।୧୦(ଓଡିଶା ଭାସ୍କର) : ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ ଅବପାତରେ ପରିଣତ ହୋଇସାରିଛି। ଆଜି ସକାଳ ୫ଟା ୩୦ରେ ସୃଷ୍ଟ ଲଘୁଚାପ ଅବପାତ ରୂପ ନେଇଛି। ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତ ସମ୍ଭାବନା ରହିଛି। ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ବିଶାଖାପାଟଣାରୁ ୪୦୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଓଡ଼ିଶାର ୧୩ ଜିଲ୍ଲା ପାଇଁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ ସେହି ୧୩ ଜିଲ୍ଲା ଯଥା – ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ, କନ୍ଧମାଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମନା କରାଯାଇଛି। କଟକ ଓ ଭୁବନେଶ୍ୱରରେ ଆକାଶ ମେଘୁଆ ସହ ଅସରାଏ ୨ ଅସରା ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.