fbpx

ଲଘୁଚାପ ପ୍ରଭାବରେ ୧୩ ଜିଲ୍ଲାରେ ପ୍ରବଳ ଛେଚିବ! ଜାଣନ୍ତୁ କେଉଁଠି

ଭୁବନେଶ୍ୱର,୨ ।୧୦(ଓଡିଶା ଭାସ୍କର): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ । ବିଶେଷ କରି ଉତ୍ତର ଓ ଉପକୂଳ ଜିଲ୍ଲାଗୁଡିକରେ ବର୍ଷା ଲାଗିରହିବ । ସେହି ଅଞ୍ଚଳଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ପ୍ରବଳ ବର୍ଷାର ସମ୍ଭାବନା ଥିବା ଜିଲ୍ଲାଗୁଡିକ ହେଉଛି-ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଓ ଅନୁଗୁଳ । କାଲି ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୫ ତାରିଖ ଯାଏଁ ବର୍ଷା ଲାଗିରହିବ । ଏନେଇ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.