fbpx

୧ରେ ଘୂର୍ଣ୍ଣିବଳୟ: ରାଜ୍ୟରେ ୨ରୁ ପ୍ରବଳ ବର୍ଷା

ଭୁବନେଶ୍ୱର  (ଓଡ଼ିଶା ଭାସ୍କର) : ଆସନ୍ତା ଅକ୍ଟୋବର ୧ ତାରିଖ ବେଳକୁ ଉତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି  । ଏହାର ପ୍ରଭାବରେ ଅକ୍ଟୋବର ୨ ଓ ୩ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ତେଣୁ ଏଥର ଦୁର୍ଗାପୂଜାକୁ ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି ।

ଅନ୍ୟପକ୍ଷରେ ଗତକାଲି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣି ବଳୟ ବର୍ତମାନ ଉତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ଲାଗି ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି  ।

ଏଥିପାଇଁ ବାଲେଶ୍ୱର, ଭଦ୍ରକ , ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ ,ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଂଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ , ରାୟଗଡା ଓ କୋରାପୁଟ ଆଦି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୮ରୁ ୨୯ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ , ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ ,ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, କନ୍ଦୁଝର, ମୟୁରଭଂଜ, ଢେଙ୍କାନାଳ, କନ୍ଧମାଳ , ରାୟଗଡା , କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି  । ଏହି ସମୟ ମଧ୍ୟରେ ମୟୁରଭଂଜ, ବାଲେଶ୍ୱର, କନ୍ଧମାଳ ଓ ଗଂଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.