fbpx

ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା, ରାତିରୁ ତୁହାକୁ ତୁହା କାଚୁଛି

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ଜାରି ରହିଛି । ଏହାର ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେଉଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାସ ଉପଗ୍ରହ ଦ୍ୱାରା ଉତ୍ତୋଳନ କରାଯାଇଥିବା ଫଟୋକୁ ପାଣିପାଗ ବିଭାଗ ନିଜଟ ଟ୍ୱିଟର ପେଜରେ ସେୟାର କରିଛି ।

ତେବେ ରାଜ୍ୟରେ ସକ୍ରିୟ ରହିଛି କାଳବୈଶାଖୀ । ରାଜ୍ୟର ୧୪ଟି ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ୧୪ ଜିଲ୍ଲା ଗୁଡ଼ିକ ହେଲା-କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ଗଜପତି। ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ଆସନ୍ତା ୨୪ ଓ ୨୫ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ପଡ଼ିବାର ସମ୍ଭାବନା ରହିଛି । ଦୁଇଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାକୁ ଫେରିବ ତାତି । ସ୍ୱାଭାବିକଠାରୁ ୩ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବାର ସମ୍ଭାବନା ରହିଛି ।

ବଲାଙ୍ଗୀର, ବୌଦ୍ଧ, ସୋନପୁର, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜରେ ଗ୍ରୀଷ୍ଣ ପ୍ରବାହ ପାଇଁ ସତର୍କତା ଜାରି ହୋଇଛି । ସେପଟେ ମିଆଁମାର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି । ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । ସେପଟେ ଅଧିକ ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଆରବ ସାଗର, ଦକ୍ଷିଣ ମାଳଦୀପ ଓ ଦକ୍ଷିଣ ପୁର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ସମ୍ପୂର୍ଣ୍ଣ ସକ୍ରିୟ ହୋଇଛି । ଆସନ୍ତା ୨୭ତାରିଖରେ ମୌସୁମୀ କେରଳ ଛୁଇଁବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର ।

Get real time updates directly on you device, subscribe now.