fbpx

(Video) ଲଘୁଚାପ ପ୍ରଭାବରେ ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ୭ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ହେଉଛି ଲଗାଣ ବର୍ଷା । ଭୁବନେଶ୍ୱର ଓ କଟକ ସହରରେ ମଧ୍ୟ ବର୍ଷା ଜାରି ରହିଛି । ତୀବ୍ରରୁ ଅତି ତୀବ୍ର ବର୍ଷା ନେଇ ଚେତାବନୀ ଜାରି ହୋଇଛି । ସାମୟିକ ଭାବେ ତଳୁଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଛି । ବର୍ଷା ଜଳ ଜମିବା ସହ ଯାତାୟତରେ ସମସ୍ୟା ଉପୁଜିପାରେ ।

ତେବେ ଭୁବନେଶ୍ବର, କଟକ ସହରରେ ଆଜି ସକାଳୁ ପ୍ରବଳ ବର୍ଷା ଜାରି ରହିଛି । ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ବର୍ଷାରେ ଦୃଶ୍ୟମାନ ଦୂରତା କମୁଥିବାରୁ ନିଜକୁ ଯାତାୟାତରୁ ନିବୃତ ରଖିବାକୁ ପରାମର୍ଶ ଦିଆଯାଇଛି । ପ୍ରବଳ ବର୍ଷା ନେଇ ୭ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ବରଗଡ଼, ସମ୍ବଲପୁର ଓ ଅନୁଗୁଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Get real time updates directly on you device, subscribe now.