fbpx

ମୌସୁମୀର ପ୍ରଭାବରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷିବ: ସତର୍କ ସୂଚନା ଜାରି

ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର ଏବଂ ଝାରସୁଗୁଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ସତର୍କ ସୂଚନା ଜାରି କରାଯାଇଛି ।

ଅନ୍ୟପକ୍ଷରେ, ରାଜ୍ୟରେ ଗତ ଜୁନ୍ ପହିଲାରୁ ଆଜି ପର୍ଯ୍ୟନ୍ତ ସ୍ୱଭାବିକ ବର୍ଷା ତୁଳନାରେ ୮ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି ।

ଅନ୍ୟପଟେ ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ, ରାଜସ୍ଥାନ, ପଶ୍ଚିମବଙ୍ଗର ଗାଙ୍ଗେୟ ହିମାଳୟ ଅଞ୍ଚଳ, ସିକ୍କିମ, ଓଡିଶା, ନାଗାଲାଣ୍ଡ, ମଣିପରୁ, ମିଜୋରାମ, ତ୍ରିପୁରା, କୋଙ୍କଣ, ଗୋଆ, ମଧ୍ୟ ମହାରାଷ୍ଟ୍ର, ଗୁଜୁରାଟର ଭିନ୍ନ ଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହା ବ୍ୟତୀତ ୧୫ ଅଗଷ୍ଟ ପର୍ଯ୍ୟନ୍ତ ଉତ୍ତରାଖଣ୍ଡ ଓ ରାଜସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ମଧ୍ୟ ଆକଳନ କରାଯାଇଛି। ସୌରାଷ୍ଟ୍ର ଓ କଚ୍ଛ ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି।

Get real time updates directly on you device, subscribe now.