ଭୁବନେଶ୍ୱର : ୨୮ ଯାଏ ପ୍ରବଳ ବର୍ଷା ସମ୍ଭାବନା । ରାଜ୍ୟର ବିଭିନ୍ନ ସ୍ଥନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି । ଦକ୍ଷିଣ ଉତ୍ତର ପ୍ରଦେଶରୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଯାଏ ଉତ୍ତର ଓଡ଼ିଶା ଦେଇ ଏକ ଟ୍ରଫ ଲାଇନ ରହିଛି । ଏହା ମଧ୍ୟପ୍ରଦେଶ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଦେଇ ଯାଇଛି ।
ସେହିପରି ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ୩ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ପବନ ବହିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।
ସେହିପରି ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଏବଂ ୩୦ରୁ ୪୦ କିଲୋମିଟର ପବନ ବହିବା ନେଇ ୯ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୨୫ରୁ ୨୬ ତାରିଖ ମଧ୍ୟରେ ଓଡ଼ିଶା ଉପକୂଳ ଏବଂ ଏହାର ଆଖପାଖ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।