ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଶୁକ୍ରବାର ଇହଧାମ ତ୍ୟାଗ କରିଥିବା ପୂର୍ବତନ ଓଡ଼ିଶା ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ଚିତ୍ରଶିଳ୍ପୀ ପ୍ରିୟଙ୍କା ସାହାଣୀ । ଏକ କପଡାର ବ୍ୟାଜର ଚିତ୍ରକଳା ଜରିଆରେ ପ୍ରିୟଙ୍କା ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ୮୨ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ହେମାନନ୍ଦ ବିଶ୍ୱାଳଙ୍କ ପରଲୋକ ନେଇ ସୂଚନା ଦେଇଥିଲେ ତାଙ୍କ ଝିଅ ସୁନୀତା ବିଶ୍ୱାଳ ।
ସୂଚନାଯୋଗ୍ୟ ଯେ, ହେମାନନ୍ଦ ୧୯୮୯ ମସିହା ଡିସେମ୍ବର ୭ରୁ ୧୯୯୦ ମସିହା ମାର୍ଚ୍ଚ ୫ ତାରିଖ ପର୍ଯ୍ୟନ୍ତ ଓ ୧୯୯୯ ମସିହା ଡିସେମ୍ବର ମାସ ୬ରୁ ୨୦୦୦ ମସିହା ମାର୍ଚ୍ଚ ମାସ ୫ ତାରିଖ ପର୍ୟ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିଥିଲେ । ସେ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ ସୁନ୍ଦରଗଡ଼ ସାଂସଦ ରହିଥିଲେ । ସେ ହେଉଛନ୍ତି ରାଜ୍ୟର ପ୍ରଥମ ଆଦିବାସୀ ମୁଖ୍ୟମନ୍ତ୍ରୀ। ୧୯୭୪ ରେ ପ୍ରଥମ ଥର ପାଇଁ ହୋଇଥିଲେ ବିଧାୟକ । ୧୯୭୪ ରୁ ୧୯୭୭ ଏବଂ ୧୯୮୦ ରୁ ୨୦୦୪ ପର୍ଯ୍ୟନ୍ତ ୬ ଥର ବିଧାୟକ ହୋଇଥିଲେ । ଏହାପରେ ୧୯୮୫ରୁ-୧୯୮୬ ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ୧୯୯୫-୯୮ ପର୍ଯ୍ୟନ୍ତ ଉପମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ତୁଲାଇଥିଳେ । ୨୦୦୯-୧୪ ପର୍ଯ୍ୟନ୍ତ ସୁନ୍ଦରଗଡ଼ ସାଂସଦ ହୋଇଥିଲେ । ଏହା ସହ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଅଧ୍ୟକ୍ଷ, ରାଜ୍ୟ ଅନୁସୂଚିତ ଜାତି ଏବଂ ଜନଜାତି ବିଧାନ ପରିଷଦର ଅଧ୍ୟକ୍ଷ ଭଳି ଅନେକ ଗରୁତ୍ୱପୂର୍ଣ୍ଣ ଦାୟିତ୍ୱ ସମ୍ଭାଳିଛନ୍ତି ।