fbpx

ଏସଏସବି ଅଧ୍ୟାପକ ନିଯୁକ୍ତି ଉପରେ ଅନ୍ତରୀଣ ରହିତାଦେଶ ଲାଗୁ କଲେ ହାଇକୋର୍ଟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟ ଚୟନ ବୋର୍ଡ (ଏସଏସବି) ଓଡ଼ିଶା ପକ୍ଷରୁ ବିଭିନ୍ନ କଲେଜରେ ପଦାର୍ଥ ବିଜ୍ଞାନ ଓ ପ୍ରାଣୀ ବିଜ୍ଞାନ ବିଭାଗର ଅଧ୍ୟାପକ ନିଯୁକ୍ତି ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି । ପରବର୍ତ୍ତୀ ଶୁଣାଣି ନହେବା ପର୍ଯ୍ୟନ୍ତ ପ୍ରାର୍ଥୀଙ୍କୁ ଚୂଡ଼ାନ୍ତ ନିଯୁକ୍ତିପତ୍ର ପ୍ରଦାନ କରାଯାଇ ପାରିବ ନାହିଁ । ଏନେଇ ହାଇକୋର୍ଟ ଏକ ଅନ୍ତରୀଣ ନିର୍ଦ୍ଦେଶ ପ୍ରଦାନ କରିଛନ୍ତି । ଜଣେ ଆବେଦନକାରୀଙ୍କ ପକ୍ଷରୁ ଦାୟର ହୋଇଥିବା ମାମଲାର ଶୁଣାଣି କରି ହାଇକୋର୍ଟ ଏହି ରାୟ ଦେଇଛନ୍ତି ।

Get real time updates directly on you device, subscribe now.