fbpx
BJD SKY
BJD SKY

କାଲିଠାରୁ ନାଟମଣ୍ଡପ ମରାମତି କାର୍ଯ୍ୟ ଆରମ୍ଭ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

BJD

ଓଡିଶା ଭାସ୍କର; ଶ୍ରୀମନ୍ଦିର ଜଗମୋହନ ଓ ନାଟମଣ୍ଡପ ମରାମତି ମାମଲାରେ ଆସନ୍ତାକାଲି ଠାରୁ ମରାମତି କାର୍ଯ୍ୟ ଆରମ୍ଭ କରିବାକୁ ମିଳିଲା ନିର୍ଦ୍ଦେଶ । ଏନେଇ ଏଏସଆଇକୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ହାଇକୋର୍ଟ ।

ସୂଚନା ଅନୁଯାୟୀ, ଆସନ୍ତା ୨୫ ତାରିଖ ଠାରୁ ମରାମତି ଆରମ୍ଭ କରିବାକୁ ଚାହୁଁଥିଲେ ଏଏସଆଇ । ହେଲେ ଏହାକୁ ଅଗ୍ରାହ୍ୟ କରିଛନ୍ତି ହାଇକୋର୍ଟ । ଆସନ୍ତା ଡିସେମ୍ବରରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ଆମିକସକ୍ୟୁରୀ ପ୍ରତି ୧୫ ଦିନ ମଧ୍ୟରେ କାର୍ୟ୍ୟର ଅଗ୍ରଗତି ସମ୍ପର୍କରେ କୋର୍ଟଙ୍କୁ ରିପୋର୍ଟ ଦାଖଲ କରିବେ । ଆବେଦନକାରୀ ଅଭିଷେକ ଦାସଙ୍କ ପକ୍ଷରୁ ଆବେଦନ ଉପରେ କୋର୍ଟଙ୍କ ଏହି ନିର୍ଦ୍ଦେଶ ରହିଥିବା ସୂଚନା ମିଳିଛି ।

Get real time updates directly on you device, subscribe now.